ଓଡ଼ିଶା

ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ଶ୍ରାଦ୍ଧୋତ୍ସବ, ଚଣ୍ଡିଖୋଲରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଚଣ୍ଡିଖୋଲ() ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ଶ୍ରାଦ୍ଧୋତ୍ସବ। ଏହିକ୍ରମରେ ଆଜି ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ମର୍ଜିତାପୁର ଠାରେ ଧର୍ମଶାଳା ବିଜୁ ଜନତା ଦଳ ପକ୍ଷରୁ ତିଳତର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବ୍ରାହ୍ମଣୀ ନଦୀ ପଠାରେ ଶହ ଶହ ସଂଖ୍ୟାରେ ଦଳୀୟ କର୍ମୀ ଏକାଠି ହୋଇ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।

ସେହିପରି ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ବ୍ରାହ୍ମଣୀ ନଦୀରେ ବୁଡ ପକାଇବା ସହ ବିଜୁ ବାବୁଙ୍କ ସ୍ମୃତି ଉଦ୍ଦେଶ୍ୟରେ ତିଳତର୍ପଣ କରିଥିଲେ । ପ୍ରଥମେ ବିଜୁ ବାବୁଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯିବା ସହ ବ୍ରାହ୍ମଣ ପଣ୍ଡିତଙ୍କ ଉପସ୍ଥିତିରେ ଯଥାବିଧି ପୂଜାର୍ଚ୍ଚନା କରାଯାଇ ନଦୀରେ ତିଳତର୍ପଣ କରାଯାଇଥିଲା ।

ବିଧାୟକ ଶ୍ରୀ ବଳବନ୍ତରାୟଙ୍କ ସହ ଅନେକ କର୍ମୀ ସାମିଲ ହୋଇ ପାରମ୍ପରିକ ବସ୍ତ୍ର ପରିଧାନ କରି ବିଜୁ ବାବୁ ଅମର ରହେ ସ୍ଲୋଗାନ ଦେବା ସହ ତାଙ୍କର ଅମର ଆତ୍ମା ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

Related Articles

Check Also
Close
Back to top button