ସ୍ୱାସ୍ଥ୍ୟ
୨୪ ଘଣ୍ଟାରେ ଦେଶରେ ୨,୯୨୭ କୋଭିଡ୍-୧୯ ଆକ୍ରାନ୍ତ; ୩୨ ଜଣ ମୃତ

ନୂଆଦିଲ୍ଲୀ() ଆଜିକୁ ମିଶାଇ କ୍ରମାଗତ ୮ ଦିନ ଧରି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ଅଢ଼େଇ ହଜାରରୁ ଅଧିକ ରହି ଆସୁଛି। କିନ୍ତୁ ମୃତ୍ୟୁସଂଖ୍ୟା କମ୍ ବେଶୀ ରହୁଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୯୨୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୨ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୯୨୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୬୫,୪୯୬ରେ ପହଞ୍ଚିଛି।




