ଅନ୍ୟାନ୍ୟରାଜନୀତି

ରାଷ୍ଟ୍ରପତିଙ୍କ ଅଭିଭାଷଣରୁ ଆରମ୍ଭ ହେବ ଗୃହକାର୍ଯ୍ୟ

 ଭୁବନେଶ୍ୱର , ରାଷ୍ଟ୍ରପତିଙ୍କ ଅଭିଭାଷଣରୁ ଆରମ୍ଭ ହେବ ଗୃହକାର୍ଯ୍ୟ। ଆଜିଠୁ ସଂସଦର ବଜେଟ ଅଧିବେଶନ।

ଆସନ୍ତା ୧ ତାରିଖ ଦିନ ବଜେଟ ଆଗତ କରିବେ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ।

ଏହା ପୂର୍ବରୁ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲା ସର୍ବଦଳୀୟ ବୈଠକ। ପ୍ରଥମ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହୋଇ ଫେବୃୟାରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ।

ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୯ରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ହେବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି। ସେପଟେ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ କଂଗ୍ରେସ ଓ ବିରୋଧୀ ଦଳ ଯୋଜନା କରିଛନ୍ତି।

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ୩୯ଟି ଦଳର ୫୧ ଜଣ ନେତା ସାମିଲ ହୋଇ ନିଜ ନିଜର ପ୍ରସ୍ତାବ ରଖିଥିଲେ। ସଂସଦ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ଲାଗି ସମସ୍ତ ଦଳଙ୍କ ସହଯୋଗ ଲୋଡ଼ିଛନ୍ତି କେନ୍ଦ୍ର ସରକାର।

ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ହେବ ।

Related Articles

Check Also
Close
Back to top button