ପାଣିପାଗ

ରାଜ୍ୟରେ କାଳବୈଶାଖୀ ଆଶଙ୍କା: ୧୧ ଜିଲ୍ଲାକୁ ସତର୍କତା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିଲେ ହେଁ ରବିବାରଠାରୁ ପୁଣି ପାରଦ ଉପରମୁହାଁ ହୋଇଛି। ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୬.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଢେଙ୍କାନାଳରେ ୩୬.୧, ବରଗଡ଼ରେ ୩୫.୮ ଏବଂ ବୌଦ୍ଧରେ ୩୫.୩ ଡିଗ୍ରୀ ରହିଛି। ସେହିପରି ଟିଟିଲାଗଡ଼ ଓ ତାଳଚେରରେ ୩୫ ଡିଗ୍ରୀ ଏବଂ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୩.୮ ଡିଗ୍ରୀ ଛୁଇଁଛି।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୪ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବାଧିକ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କୋରାପୁଟ, ରାୟଗଡ଼ା, ଗଜପତି ଏବଂ କେନ୍ଦୁଝର ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ସମ୍ପୃକ୍ତ ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Related Articles

Back to top button