
ଭୁବନେଶ୍ୱର , ଦିନକୁ ଦିନ ବଢୁଛି ଖରା। ଆସନ୍ତା ୩ ଦିନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।
ଗତକାଲି ୩୮.୫ ଡିଗ୍ରୀ ସହିତ ଟିଟିଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା।
ତେବେ ତାତି ବଢିଲେ ବି ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି।
ଆଜି ୭ ଜିଲ୍ଲା- ବାଲେଶ୍ବର,ଭଦ୍ରକ, ଗଜପତି, ଗଞ୍ଜାମ, ମାଲକାନଗିରି, ରାୟଗଡ଼ା ଓ କୋରାପୁଟର କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବାବେଳେ ୨୭ରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଝଡ଼ବର୍ଷା ହୋଇପାରେ।
ଏହି ସମୟରେ ୪୦ରୁ ୫୦ କିଲୋମିଟର ବେଗରେ ବହିପାରେ ପବନ।



