Uncategorized
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ:ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ରେଡ୍


ଭୁବନେଶ୍ବର: ଭଞ୍ଜନଗର ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ କର୍ତ୍ତବ୍ୟରତ ସହକାରୀ ଯନ୍ତ୍ରୀ ପଞ୍ଚୁ ବେହେରାଙ୍କୁ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଅଟକ ଓ ଜେରା ଚାଲିଛି। ବ୍ରହ୍ମପୁର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗର ୩ ଜଣ ଡିଏସପି ଓ ୭ ଜଣ ନୀରିକ୍ଷକ ସମେତ ଅନ୍ୟାନ୍ୟ ସହଯୋଗୀ କର୍ମଚାରୀମାନେ ଏକକାଳୀନ ୫ ଟି ସ୍ଥାନରେ ଚଢାଉ ଜାରି ରଖିଛନ୍ତି। ଏହି ଚଢାଉ ସମୟରେ ଯନ୍ତ୍ରୀ ବେହେରାଙ୍କ ପୋଲସରା ବାସଭବନ, ବ୍ରହ୍ମପୁର ଆମ୍ବପୁଆ ସ୍ଥିତ ବିରାଟ ଅଟ୍ଟାଳିକା, ଭଞ୍ଜନଗର ସରକାରୀ ଘର ଓ କାର୍ଯ୍ୟାଳୟ ସମେତ ଅନ୍ୟାନ୍ୟ ସ୍ଥାନରେ ଚଢାଉ ଜାରି ରହିଛି।




