Uncategorized

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କଘୋଷଣା: ଏପ୍ରିଲ ୧ରୁ ନୂଆ ପଞ୍ଜୀକରଣ

ଭୁବନେଶ୍ବର: ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା l ଆସିଲା ନୂଆ ତାରିଖ ଏବେ ଏମାନେ କରିପାରିବେ ଆବେଦନ l ସୁଭଦ୍ରା ଯୋଜନାରେ ଅନ୍ତର୍ଭୁକ୍ତ ହେବାକୁ ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଏପ୍ରିଲ ୧ରୁ ଆରମ୍ଭ ହେବ ନୂତନ ହିତାଧିକାରୀଙ୍କ ପଞ୍ଜୀକରଣ ପ୍ରକ୍ରିୟା l ରାଜ୍ୟର ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ତଥା ସ୍ୱାବଲମ୍ବନ ପାଇଁ ରାଜ୍ୟ ସରକାରଙ୍କ ଅଭିନବ ପ୍ରୟାସ ‘ସୁଭଦ୍ରା ଯୋଜନା’ ଅଧୀନରେ ଅଧିକ ସଂଖ୍ୟକ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ସରକାରଙ୍କ ଅନୁମୋଦନ କ୍ରମେ, ଆସନ୍ତା ୦୧ ଏପ୍ରିଲ ୨୦୨୬ରୁ ୩୦ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ ଏକ ମାସ ପାଇଁ ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ନୂତନ ଆବେଦନ ଗ୍ରହଣ କରାଯିବ । ଆବେଦନ ଅବଧି ୦୧ ଏପ୍ରିଲ ୨୦୨୬ ରୁ ୩୦ ଏପ୍ରିଲ ୨୦୨୬ ରହିଥିବା ବେଳେ ଯୋଗ୍ୟ ଆବେଦନକାରୀଙ୍କ ବୟସ ସୀମା ୦୧.୦୪.୨୦୨୬ ସୁଦ୍ଧା ୨୧ ବର୍ଷରୁ ଅଧିକ ଓ ୬୦ ବର୍ଷରୁ କମ୍ ହୋଇଥିବା ଆବଶ୍ୟକ ।

Related Articles

Back to top button