Uncategorized

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଦ୍ଵାରା ରାଜ୍ୟରେ କାଳବୈଶାଖୀ ଉପରେ ବଡ଼ ଆକଳନ କରିଛି। ଆସନ୍ତା ମାସ ୩ ତାରିଖ ଯାଏଁ କାଳବୈଶାଖୀ ପ୍ରକୋପ ଜାରି ରହିବ। ଏହି ସମୟରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଏବଂ ପବନ ହୋଇପାରେ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଜି ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି, ରାୟଗଡ଼ାରେ ବଜ୍ରପାତ ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ହେବ ବୋଲି ଆଶଙ୍କା କରାଯାଉଛି। ସେହିଭଳି ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ ଓ ମାଲକାନଗିରିରେ ବର୍ଷା, ବଜ୍ରପାତ ସହ ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ।

Related Articles

Back to top button