Uncategorized

ବଢ଼ିବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ

ଭୁବନେଶ୍ବର: ବଢ଼ିବ ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ । ପ୍ରକଳ୍ପ ଅଟକଳ ବଢାଇବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେହିପରି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀ ଦେଇଛନ୍ତି ନିର୍ଦ୍ଦେଶ । ରାଜ୍ୟରେ ଆରମ୍ଭ ହୋଇଥିବା ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଗ୍ରଗତିର ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ଆରମ୍ଭ ହୋଇଥିବା ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଗ୍ରଗତି ସମ୍ପର୍କରେ ଏକ ବୈଠକ ଅନୁଷ୍ଠିତ ହୋଇଛି । ବିଦ୍ୟାଳୟ ପାଇଁ ଜାଗା ନିରୁପଣ, ବିଦ୍ୟାଳୟ ବିଲ୍‌ଡିଂର ଢାଞ୍ଚା ଏବଂ ଏଥିନିମନ୍ତେ ଆବଶ୍ୟକୀୟ ବ୍ୟୟ ଅଟକଳ ବିଷୟରେ ବୈଠକର ଆଲୋଚନା ହୋଇଛି । ଶିଳାନ୍ୟାସ ହୋଇଥିବା ସମସ୍ତ ବିଦ୍ୟାଳୟ ଗୁଡ଼ିକର ନିର୍ମାଣ କାର୍ଯ୍ୟ ତ୍ୱରିତ ଗତିରେ ଆଗକୁ ନେବା ପାଇଁ ଅଧିକାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆଗାମୀ ସମୟକୁ ଦୃଷ୍ଟିରେ ରଖି ବିଦ୍ୟାଳୟରେ ଶ୍ରେଣୀ ସଂଖ୍ୟା ବଢ଼ାଇବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି ।

Related Articles

Back to top button