Uncategorized

ରାସନ କାର୍ଡଧାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାରେ ମିଳିବ ଅଧିକ ୫ କେଜି ଚାଉଳ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାକୁ କ୍ୟାବିନେଟର ମୋହର । ଆର୍ଥିକ ବର୍ଷ ୨୦୨୬-୨୭ରୁ ରାଜ୍ୟ ସରକାର ଆରମ୍ଭ କରୁଛନ୍ତି ଏକ ନୂତନ ଯୋଜନା ‘ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା’ । ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ମାଧ୍ୟମରେ ରାସନ କାର୍ଡ ଧାରୀଙ୍କୁ ମିଳିବ ଆଉ ୫ କେଜି ଚାଉଳ । ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧିନସ୍ଥ ହିତାଧିକାରୀଙ୍କୁ ଅତିରିକ୍ତ ଚାଉଳ କୋଟା ବଣ୍ଟନ କରିବା ପାଇଁ ସ୍ଥିର ହୋଇଛି । ୧ କୋଟି ୯୬ ହଜାର ୨୯୭ ପରିବାରର ୩ କୋଟି ୨୮ ଲକ୍ଷ ୫୨ ହଜାର ୪୨୯ ସଦସ୍ୟ ଏହା ଦ୍ୱାରା ଉପକୃତ ହେବେ । ଯୋଜନା ବାବଦରେ ବାର୍ଷିକ ବ୍ୟୟ ବରାଦ ୮,୮୧୩ କୋଟି ଟଙ୍କା ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୋହନ ସରକାର ଆଣିଛନ୍ତି ନୂତନ ଯୋଜନା ‘ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା’ । ଏହି ଯୋଜନାରେ ଖର୍ଚ୍ଚ ହେବାକୁ ଥିବା ଅର୍ଥକୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି । କ୍ୟାବିନେଟ ନିଷ୍ପତ୍ତି ବାବଦରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି,”ରାଜ୍ୟର ଖାଉଟିଙ୍କ ଆବଶ୍ୟକତା ଅନୁଯାୟୀ, ଚାଉଳ ଉପଲବ୍ଧ କରାଇ ଖାଦ୍ୟ ସୁରକ୍ଷାକୁ ଆହୁରି ସୁଦୃଢ କରିବା ଉଦ୍ଦେଶ୍ୟରେ ଏକ ନୂତନ ଯୋଜନା ଆରମ୍ଭ ହୋଇଛି । ଆର୍ଥିକ ବର୍ଷ ୨୦୨୬-୨୭ରୁ ନୂତନ ଯୋଜନା ‘ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା’ ମାଧ୍ୟମରେ ରାସନ କାର୍ଡଧାରୀଙ୍କ ପାଇଁ ଅତିରିକ୍ତ ଚାଉଳ ଉପଲବ୍ଧ କରାଯିବ । ‘ଜାତୀୟ ଖାଦ୍ୟ ସୁରକ୍ଷା ଆଇନ’ ବା NFSA ଓ ‘ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା’ ବା SFSS ଅଧିନସ୍ଥ ହିତାଧିକାରୀଙ୍କୁ ଅତିରିକ୍ତ ଚାଉଳ କୋଟା ବଣ୍ଟନ କରିବା ନେଇ ସ୍ଥିର ହୋଇଛି।”

Related Articles

Back to top button