ଐତିହ୍ୟ ଓ ସଂସ୍କୃତିଓଡ଼ିଶା

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା

ଭୁବନେଶ୍ୱର ,ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଶନିବାର ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ‘ଐକ୍ୟ ସ୍ଥାପନା ମଣ୍ଡଳୀ’ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଗୋଟିଏ ତିଥିରେ ରଥଯାତ୍ରା ଆୟୋଜନ ପାଇଁ ନିଷ୍ପତ୍ତି ନିଆଯାଇଛି। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ଓ ଅନ୍ୟ ବରିଷ୍ଠ ସଦସ୍ୟ ଉପସ୍ଥିତ ଥିଲେ। ସୂଚନା ମୁତାବକ, ଇସ୍କନ ସଂସ୍ଥା ଶ୍ରୀକ୍ଷେତ୍ର ବା ମୂଳ ପୀଠ ପରମ୍ପରାର ବ୍ୟତିକ୍ରମ କରୁଛି। ଆସନ୍ତା ଡିସେମ୍ବର ସୁଦ୍ଧା ଇସ୍କନ ପକ୍ଷରୁ ବିଶ୍ବର ବିଭିନ୍ନ ସ୍ଥାନରେ ଅଦିନିଆ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ସହ ବହୁ ଆଚାର୍ଯ୍ୟ ଶାସ୍ତ୍ରୀୟ ମତ ଆଧାରରେ ଆଷାଢ଼ ଶୁକ୍ଳ ଦ୍ବିତୀୟା ତିଥିରେ ରଥଯାତ୍ରା କରିବା ପାଇଁ ପରାମର୍ଶ ଦେଇଛନ୍ତି। ଗଜପତି ମହାରାଜା କହିଛନ୍ତି, ଇସ୍କନର ଅଦିନିଆ ରଥଯାତ୍ରା ରୋକିବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଗୁରୁଦାୟିତ୍ୱ ରହିଛି। ଏନେଇ ସେ ବ୍ୟକ୍ତିଗତ ଭାବେ ଦୁଇ ଦିନ ପୂର୍ବେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି। ୨୦୨୫ ପରଠାରୁ ଇସ୍କନ ଭାରତ ଭିତରେ ଅଦିନିଆ ସ୍ନାନ ପୂର୍ଣ୍ଣମୀ ଏବଂ ରଥଯାତ୍ରା କରିବା ଦୃଷ୍ଟି ଗୋଚର ହୋଇନାହିଁ; କିନ୍ତୁ ଇଣ୍ଟରନେଟ ତଥ୍ୟ ଅନୁଯାୟୀ, ବିଶ୍ବର ବିଭିନ୍ନ ସ୍ଥାନରେ ୮୦ଟି ଅଦିନିଆ ରଥଯାତ୍ରା ଓ ୧୦ଟି ସ୍ଥାନରେ ଅଦିନିଆ ସ୍ନାନଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି।

Related Articles

Back to top button