ଐତିହ୍ୟ ଓ ସଂସ୍କୃତିଓଡ଼ିଶା

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା

ଭୁବନେଶ୍ୱର , ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି,ବୈଶାଖ ମାସ କୃଷ୍ଣପକ୍ଷ ତ୍ରୟୋଦଶ ତିଥିରେ ନୀତି ଅନୁଷ୍ଠିତ ହେବ।

ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ,ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି,

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ପରମ୍ପରା ଅନୁଯାୟୀ, ଦ୍ବିପ୍ରହର ଧୂପ ଶେଷ ପରେ, ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଇଥାଏ।

ଦତ୍ତମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ, ଠାକୁରମାନଙ୍କ ଶ୍ରୀମୁଖ ସିଂହାର କରିଥାନ୍ତି।

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ।

Related Articles

Back to top button