Uncategorized

ଗ୍ରୀଷ୍ମ ପ୍ରବାହର ଯୋଗୁଁ ବଲାଙ୍ଗୀର ଓ ସୁବର୍ଣ୍ଣପୁରରେ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ପ୍ରକୋପ ଜାରି ରହିଛି। ଅନେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ପ୍ରଚଣ୍ଡ ତାତି ଓ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ଏହାକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଓ ସୁବର୍ଣ୍ଣପୁର (ସୋନପୁର) ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରାଯାଇଛି। ବଲାଙ୍ଗୀର ଜିଲ୍ଲାରେ ଆସନ୍ତାକାଲି ଅର୍ଥାତ୍ ଏପ୍ରିଲ ୧୮ରୁ ୨୧ ତାରିଖ ପର୍ଯ୍ୟନ୍ତ ୪ ଦିନ ଧରି ସ୍କୁଲ ଓ କଲେଜ ବନ୍ଦ ରହିବ। ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ସେହିପରି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ଶିକ୍ଷାନୁଷ୍ଠାନ ଛୁଟି ନେଇ ପଦକ୍ଷେପ ନିଆଯାଇଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ଯେ, ଆଗାମୀ ଦିନରେ ପାଗର ସ୍ଥିତିକୁ ସମୀକ୍ଷା କରାଯିବା ପରେ ଛୁଟି ଅବଧି ବୃଦ୍ଧି କରାଯିବ କି ନାହିଁ ସେ ନେଇ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ। ଅନ୍ୟପଟେ ଅଂଶୁଘାତର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ସାଧାରଣ ଲୋକଙ୍କୁ ସକାଳ ୧୧ଟା ପରେ ଘରୁ ବାହାରକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଉଛି।

Related Articles

Back to top button