Uncategorized
ଗଛକୁ ପିଟିଲା ସ୍କୁଟି: ଜଣେ ମୃତ


ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ସୋରଡା ଥାନା ଅନ୍ତର୍ଗତ ଗୁଣ୍ଡିବିରା ଗାଁ ନିକଟରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ସ୍କୁଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଗଛକୁ ପିଟିବା ଫଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲା ତରେଇଗଞ୍ଜ ଗାଁର ରାଜୁ ବେହେରା। ଗୁଣ୍ଡିବିରା ଗାଁ ନିକଟସ୍ଥ ମୁଖ୍ୟ ରାସ୍ତାରେ ଘଟିଛି ଦୁର୍ଘଟଣା। ସ୍କୁଟିଟି ଦ୍ରୁତ ଗତିରେ ଯାଉଥିବା ସମୟରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିବା ପ୍ରାଥମିକ ସୂଚନାରୁ ଜଣାପଡ଼ିଛି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟଙ୍କୁ ଉଦ୍ଧାର କରାଯାଇଥିଲା। ଘଟଣାସ୍ଥଳରେ ରାଜୁ ବେହେରାଙ୍କର ପ୍ରାଣବାୟୁ ଉଡ଼ିଯାଇଥିବା ବେଳେ, ଅନ୍ୟ ଜଣେ ଯୁବକଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, ମାତ୍ର ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।




