ଓଡ଼ିଶା

ବୃଦ୍ଧଙ୍କୁ ଗଳା କାଟି ହତ୍ୟା

ଭୁବନେଶ୍ବର: ଜୟପୁର ସଦର ଥାନା ଅନ୍ତର୍ଗତ ଫାମ୍ପୁଣୀ ନିକଟରୁ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ଗଳା କଟାଯାଇଥିବାରୁ ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ମୃତ ବୃଦ୍ଧ ଜଣକ କୁମୁରିପୁଟ ଗ୍ରାମର ବୋଲି ପ୍ରାଥମିକ ସୂଚନାରୁ ଜଣାପଡ଼ିଛି। ଫାମ୍ପୁଣୀ ନିକଟସ୍ଥ ଅଞ୍ଚଳର କୁମୁରିପୁଟ ଗ୍ରାମର ଜଣେ ବୃଦ୍ଧଙ୍କୁ କେହି ଗଳା କାଟି ନିର୍ମମ ଭାବେ ହତ୍ୟା କରି ଫିଙ୍ଗି ଦେଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ସହାୟତାରେ ଅଧିକ ଛାନଭିନ୍ ଜାରି ରହିଛି। ହତ୍ୟାକାଣ୍ଡର ପ୍ରକୃତ କାରଣ ଏବଂ ଅଭିଯୁକ୍ତଙ୍କ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

Related Articles

Back to top button