Uncategorized

ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ: କାଲି ଶପଥ ଗ୍ରହଣ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ପରିବର୍ତ୍ତନ। ବିଜେପି ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି ଶୁଭେନ୍ଦୁ ଅଧିକାରୀ। ସେ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବେ। ଆସନ୍ତାକାଲି ପୂର୍ବାହ୍ନ ୧୧ଟାରେ କୋଲକାତାର ବ୍ରିଗେଡ୍ ପରେଡ୍ ଗ୍ରାଉଣ୍ଡରେ ଆୟୋଜିତ ଏକ ଭବ୍ୟ ଉତ୍ସବରେ ଶୁଭେନ୍ଦୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ଆଜି କୋଲକାତାଠାରେ ଅନୁଷ୍ଠିତ ବିଜେପି ବିଧାୟକ ଦଳ ବୈଠକରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା ଗୃହମନ୍ତ୍ରୀ ଅମିତ ଶାହ ଏବଂ ସହ-ପର୍ଯ୍ୟବେକ୍ଷକ ତଥା ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକରେ ବିଧାୟକମାନଙ୍କ ସହ ଆଲୋଚନା ପରେ ଶୁଭେନ୍ଦୁଙ୍କ ନାମରେ ମୋହର ବାଜିଥିଲା। ଏହି ଗୁରୁତ୍ୱପୂର୍ଣ୍ଣ ପ୍ରକ୍ରିୟା ପାଇଁ ଆଜି ଶ୍ରୀ ଶାହ ଓ ଶ୍ରୀ ମାଝୀ ପଶ୍ଚିମବଙ୍ଗରେ ପହଞ୍ଚି ନୂତନ ସରକାର ଗଠନ ନେଇ ରଣନୀତି ପ୍ରସ୍ତୁତ କରିଛନ୍ତି।

Related Articles

Back to top button