ଓଡ଼ିଶାପାଣିପାଗ

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର ,ବିଭିନ୍ନ ଜିଲ୍ଲାରେ, ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ବର୍ଷା, ବଜ୍ରପାତ ଏବଂ ପ୍ରବଳ ପବନ ହେବାର ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି। ମୟୂରଭଞ୍ଜ ଜିଲ୍ଲା ପାଇଁ ‘ଅରେଞ୍ଜ ୱାର୍ଣ୍ଣିଂ’ ଜାରି କରାଯାଇଛି, କାରଣ ଅପରାହ୍ନ ଏବଂ ସନ୍ଧ୍ୟା ସମୟରେ ଏଠାରେ ଘଣ୍ଟାପ୍ରତି ୫୦-୬୦ କିଲୋମିଟର ବେଗରେ ପବନ ବୋହିବା ସହ ପ୍ରବଳ ବଜ୍ରପାତ ହେବାର, ଆଶଙ୍କା ରହିଛି।ମୟୂରଭଞ୍ଜର ବାସିନ୍ଦାମାନଙ୍କୁ ସତର୍କ କରାଯାଇଛି ଯେ ସେଠାରେ, ବଜ୍ରପାତ ସହ ଜୋରରେ ପବନ ବୋହିବାର ବିପଦ ରହିଛି।ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ, ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହୋଇପାରେ। ବଜ୍ରପାତର ପ୍ରଭାବ ମୁଖ୍ୟତଃ ଉତ୍ତର ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ଦେଖିବାକୁ ମିଳିବ। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, ମାଲକାନଗିରି, ରାୟଗଡ଼ା ଏବଂ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଛି।

Related Articles

Back to top button