ଓଡ଼ିଶାପାଣିପାଗ

୧୭ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା।

ଭୁବନେଶ୍ୱର,ଆସନ୍ତା ୧୭ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ, ବିଜୁଳି, ଘଡ଼ଘଡ଼ି ଝିପି ଝିପି ବର୍ଷା ସହ ,କାଳବୈଶାଖୀ ସମ୍ଭାବନା।

ଆଜି ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ଆଶଙ୍କା ରହିଛି।

ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ।

ସେହିପରି ୧୫, ୧୬ ଓ ୧୭ରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ବିଭାଗ ଆକଳନ କରିଛି।

ଯାଜପୁର, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ାରେ ଘଡ଼ଘଡ଼ି ଓ ବର୍ଷା ସହିତ ୪୦ରୁ ୫୦ କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Related Articles

Back to top button