Uncategorized

କାଡା ଡିଭିଜନ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍: ଏକକାଳୀନ ୫ଟି ସ୍ଥାନରେ ଚଢାଉ

ଭୁବନେଶ୍ବର: ଭଦ୍ରକ କାଡା (CADA) ଡିଭିଜନର ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଏକ ସ୍ୱତନ୍ତ୍ର ଟିମ୍ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସୂଚନା ଅନୁଯାୟୀ, ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଆରଡି ଛକ ସ୍ଥିତ ବାସଭବନ ସମେତ ନରିପୂର ସ୍ଥିତ କାର୍ଯ୍ୟାଳୟରେ ମଧ୍ୟ ଭିଜିଲାନ୍ସ ପକ୍ଷରୁ ଖୋଳତାଡ଼ ଜାରି ରହିଛି। କେବଳ ଭଦ୍ରକ ନୁହେଁ, ବରଂ ଯନ୍ତ୍ରୀଙ୍କ ସହ ଜଡ଼ିତ ଅନ୍ୟାନ୍ୟ ସ୍ଥାନ ଯଥା ଭୁବନେଶ୍ୱର, କେନ୍ଦୁଝର ଏବଂ ବାଲେଶ୍ୱରରେ ମଧ୍ୟ ଏକକାଳୀନ ଚଢାଉ କରାଯାଉଥିବା ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ କରାଯାଇଛି, ସେ ନେଇ ଭିଜିଲାନ୍ସ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଏବଂ ବ୍ୟାଙ୍କ ଆକାଉଣ୍ଟର ଯାଞ୍ଚ ପ୍ରକ୍ରିୟା ଜାରି ରହିଛି।

Related Articles

Back to top button