
ଭୁବନେଶ୍ୱର,ପୁରୀ ସାଂସଦ ଡ. ସମ୍ବିତ ପାତ୍ର ଏବଂ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂହ ଚୌହାନ ଓ ତାଙ୍କ ସହଧର୍ମିଣୀ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି ଆଶିଷ ଲାଭ କରିଛନ୍ତି।
ଦର୍ଶନ ସାରି ଫେରିବା ପରେ କେନ୍ଦ୍ର କୃଷିମନ୍ତ୍ରୀଙ୍କୁ ଜିଲା ପ୍ରଶାସନ ପକ୍ଷରୁ ଖଣ୍ଡୁଆ ପାଟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।
ପୁଲିସ ପ୍ରଶାସନ ବ୍ୟତୀତ ଶ୍ରୀମନ୍ଦିର କାର୍ଯ୍ୟାଳୟର ଲୋକ ସମ୍ପର୍କ ଅଧିକାରୀ ଜିତେନ୍ଦ୍ର ନାରାୟଣ ମହାନ୍ତି ପ୍ରମୁଖ ସହଯୋଗ କରିଥିଲେ।
ସିଂହଦ୍ବାର ନିକଟରେ ପହଞ୍ଚିବା ପରେ କେନ୍ଦ୍ର କୃଷିମନ୍ତ୍ରୀଙ୍କୁ ଜିଲା ପ୍ରଶାସନ ତରଫରୁ ସ୍ବାଗତ କରାଯାଇଥିଲା।




