Uncategorized

ଦନ୍ତାହାତୀର ଗଳିତ ମୃତଦେହ ଠାବ – Bastabbadi

ଭୁବନେଶ୍ବର: କଳାହାଣ୍ଡି ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜରେ ଏକ ଦନ୍ତାହାତୀର ଗଳିତ ମୃତଦେହ ଠାବ ହୋଇଛି। କମର୍ଦ୍ଧା ଗାଁଠାରୁ ପ୍ରାୟ ୧ କିଲୋମିଟର ଦୂରରେ ହାତୀଟି ମରି ପଡ଼ିଥିବା ଦେଖିବାକୁ ମିଳିଛି। ଆଜି ସକାଳୁ ସ୍ଥାନୀୟ ଗ୍ରାମବାସୀଙ୍କଠାରୁ ସୂଚନା ପାଇ ବନ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ହାତୀଟିର ମୃତ୍ୟୁ କେଉଁ ପରିସ୍ଥିତିରେ ଏବଂ କିପରି ହେଲା, ସେ ନେଇ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ ପ୍ରକୃତ କାରଣ ଜଣାପଡ଼ିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।

Related Articles

Back to top button