Uncategorized

ବାଳକାଟିରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ଭୁବନେଶ୍ବର: ଭୁବନେଶ୍ବର ଉପକଣ୍ଠ ବାଳକାଟିସ୍ଥିତ ଭାର୍ଗବୀ ସେତୁ ତଳେ ଥିବା ଏକ କବାଡିଆ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗୋଦାମରେ ଥିବା ପ୍ଲାଷ୍ଟିକ ଓ ଅନ୍ୟାନ୍ୟ କବାଡିଆ ସାମଗ୍ରୀ ଯୋଗୁଁ ନିଆଁ ହୁ ହୁ ହୋଇ ବ୍ୟାପିଯାଇଥିଲା। ନିଆଁର ପ୍ରକୋପ ଏତେ ଅଧିକ ଥିଲା ଯେ ସମଗ୍ର ଆକାଶ କଳା ଧୂଆଁରେ ଆଚ୍ଛାଦିତ ହୋଇଯାଇଥିଲା। ଏହି ଦୁର୍ଘଟଣାରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଛି। ଖବର ପାଇ ବାଲିଅନ୍ତା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

Related Articles

Back to top button