
ଭୁବନେଶ୍ୱର ,ଜଗତସିଂହପୁର ଜିଲ୍ଲାରେ ନିର୍ମାଣ ହେବ ବଡ଼ ଷ୍ଟିଲ୍ ପ୍ଲାଣ୍ଟ। ହଜାର ହଜାର ଯୁବକ ଓ ଯୁବତୀ ନିଯୁକ୍ତି ପାଇବେ। ପାରାଦୀପର ଢିଙ୍କିଆ ଅଂଚଳରେ, ଆୟୋଜିତ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିର୍ମାଣ କାର୍ଯ୍ୟର ଶିଳାନ୍ୟାସ କରିବା ସହିତ ଓଡ଼ିଶାକୁ, ଦେଶର ‘ଷ୍ଟିଲ୍ ରାଜଧାନୀ’ ଭାବେ ଗଢ଼ିତୋଳିବାକୁ, ରାଜ୍ୟ ସରକାର ଦୃଢ଼ ସଂକଳ୍ପ ନେଇଥିବା, ପ୍ରକାଶ କରିଛନ୍ତି।ଏହି ପ୍ରକଳ୍ପରେ ଜେଏସଡବ୍ଲୁ ଷ୍ଟିଲ୍ ପକ୍ଷରୁ ସମୁଦାୟ ୧ ଲକ୍ଷ ୨୫ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରାଯିବ। ଦୁଇଟି ପର୍ଯ୍ୟାୟରେ କାର୍ଯ୍ୟକାରୀ ହେବାକୁ ଥିବା ଏହି ଅତ୍ୟାଧୁନିକ ପ୍ଲାଣ୍ଟରୁ ବାର୍ଷିକ ପ୍ରାୟ ୨୪ ମିଲିଅନ୍ ଟନ୍ ଷ୍ଟିଲ୍ ଉତ୍ପାଦନ ହେବ। ତା’ ସହ ଏଠାରେ ୧୨ ମିଲିଅନ୍ ଟନର ଏକ ସିମେଣ୍ଟ ପ୍ଲାଣ୍ଟ, ୯୦୦ ମେଗାୱାଟର କାପ୍ଟିଭ୍ ପାୱାର ସିଷ୍ଟମ୍ ଏବଂ ଏକ ସ୍ୱତନ୍ତ୍ର ଜେଟି ମଧ୍ୟ ନିର୍ମାଣ କରାଯିବ। ଜେଏସଡବ୍ଲୁ ଗ୍ରୁପ୍ର ଅଧ୍ୟକ୍ଷ ସଜ୍ଜନ ଜିନ୍ଦଲ ଏବଂ ଜାପାନର ସହଯୋଗୀ କମ୍ପାନୀ JFE ଷ୍ଟିଲ୍ ର ବରିଷ୍ଠ କର୍ମକର୍ତ୍ତାଙ୍କ ଉପସ୍ଥିତିରେ, ମୁଖ୍ୟମନ୍ତ୍ରୀ କମ୍ପାନୀକୁ ସମସ୍ତ ପ୍ରକାର ସରକାରୀ ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପ୍ରତିଶ୍ରୁତି ଦେଇଛନ୍ତି।ଜେଏସଡବ୍ଲ୍ୟୁ ଇଣ୍ଟିଗ୍ରେଟେଡ୍ ଷ୍ଟିଲ ପ୍ଲାଣ୍ଟ ପାଇଁ ଓଡ଼ିଶାକୁ ବାଛିଥିବାରୁ, କମ୍ପାନୀର ଅଧ୍ୟକ୍ଷ ସଜନ ଜିନ୍ଦଲଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ, ମୁଖ୍ୟମନ୍ତ୍ରୀ ।




