ଅନ୍ୟାନ୍ୟଓଡ଼ିଶା

ଭୋଟର ତାଲିକା ସଂଶୋଧନ କରିବେ ବିଏଲ୍ଓ।

ଭୁବନେଶ୍ୱର ,କାଲିଠୁ ଘର ଘର ବୁଲି ଭୋଟର ତାଲିକା ସଂଶୋଧନ କରିବେ, ବିଏଲ୍ଓ। ଯଦି କୌଣସି ଭୋଟରଙ୍କ ନାମ କିମ୍ବା ଜନ୍ମ ତାରିଖ, ଠିକଣା ରେ ଯଦି କିଛି ତ୍ରୁଟି ଥାଏ ତାହାଲେ ବିଏଲ୍ଓଙ୍କ ଜରିଆରେ ଭୋଟର ଆଇଡିର ସଂଶୋଧନ କରିପାରିବେ ଲୋକେ। ଅଣ ଭାରତୀୟଙ୍କୁ ସିଧାସଳଖ ତାଲିକାରୁ ବାଦ୍ ଦିଆଯାଉଥିବା ନେଇ ରାଜ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ଏସଆଇଆର ପ୍ରକ୍ରିୟା ଆସନ୍ତାକାଲି ଠାରୁ, ରାଜ୍ୟରେ ଆରମ୍ଭ ହେବ। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର ଏସ ଗୋପଳନ, ସୂଚନା ଦେଇଛନ୍ତି।ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ଯେ,ଏହି ପ୍ରକିୟା ଜୁନ ୨୮ ଯାଏଁ ଚାଲିବ। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ, ୩ କୋଟି ୧୬୩ ହଜାର ୩୨୩ ଜଣ ଭୋଟରଙ୍କ ମ୍ୟାପିଂ ସରିଛି। ଯଦି କୌଣସି ଭୋଟଙ୍କ କିଛି ତ୍ରୁଟି ରହିଥିବ, ତାହାଲେ ଏହାର ସଂଶୋଧନ କରିବେ ବିଏଲ୍‌ଓ।ଓଡ଼ିଶାରେ ଭୋଟର ତାଲିକା ସଂଶୋଧନ ନେଇ ପ୍ରେସମିଟ୍ ଜରିଆରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ସୂଚନା ଦେଇଛନ୍ତି। ପ୍ରତ୍ୟେକ ଭୋଟରଙ୍କୁ ୨ଟି ଫର୍ମ ଦିଆଯିବା ନେଇ କହିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ।ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ଯେ,ଏହି ପ୍ରକିୟା ଜୁନ ୨୮ ଯାଏଁ ଚାଲିବ। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୩ କୋଟି ୧୬୩ ହଜାର ୩୨୩ ଜଣ ଭୋଟରଙ୍କ ମ୍ୟାପିଂ ସରିଛି। ୧୭% ଲଜିକାଲ ମଧ୍ୟ ଏରର ବାହାରିଛି।

Related Articles

Back to top button