ଓଡ଼ିଶାଜାତୀୟରାଜନୀତି

ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ପାଳନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ

ମୋବାଇଲ ନ୍ୟୁଜ 24×7 ବ୍ୟୁରୋ;  ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ ଜୁନ ୨୦ ତାରିଖରେ ଅନୁଷ୍ଠିତ ହେବ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ତେଣୁ ଏହାର ସଫଳ ରୂପାୟନ ପାଇଁ ମଙ୍ଗଳବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି।
ବୈଠକରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମ ସ୍ଥଳୀରେ ସୁରକ୍ଷା ବ୍ୟବସ୍ଥା, ସଭାରେ ଯୋଗଦେଉଥିବା ସାଧାରଣ ଲୋକଙ୍କ ପାଇଁ ସୁବିଧା, ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଯେହେତୁ ଉଭୟ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗଦେଉଛନ୍ତି ତେଣୁ ଏହି କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ଆୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ପ୍ରକାଶ କରି ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏହି ଅବସରରେ ଓଡିଶା ପାଇଁ ଅନେକ ଗୁଡିଏ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଉଦ୍‍ଘାଟନ ଓ ଶିଳାନ୍ୟାସ କରାଯିବାର କାର୍ଯ୍ୟକ୍ରମ ରହିଛି।ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଉନ୍ନୟନ କମିଶନର ଡି.କେ. ସିଂହ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।

Related Articles

Back to top button