Uncategorized

ଟିଏମସିକୁ ବଡ଼ ଝଟକା: ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଲେ ସୁଖେନ୍ଦୁ ଶେଖର ରାୟ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମସି)କୁ ପୁଣି ଏକ ବଡ଼ ଝଟକା ଲାଗିଛି। ଦଳର ବରିଷ୍ଠ ନେତା ତଥା ରାଜ୍ୟସଭା ସାଂସଦ ସୁଖେନ୍ଦୁ ଶେଖର ରାୟ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ସାଂସଦ ପଦ ସହିତ ଦଳର ପ୍ରାଥମିକ ସଦସ୍ୟତାରୁ ମଧ୍ୟ ଓହରି ଯାଇଥିବା ସ୍ପଷ୍ଟ କରିଛନ୍ତି। ସୁଖେନ୍ଦୁ ଶେଖର ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ସି. ପି. ରାଧାକୃଷ୍ଣନଙ୍କ ବାସଭବନକୁ ଯାଇ ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଟିଏମସିରେ ବ୍ୟାପକ ଦୁର୍ନୀତି ଚାଲିଥିବା ଅଭିଯୋଗ ଆଣି ସେ ଏହି ଚରମ ନିଷ୍ପତ୍ତି ନେଇଥିବା କହିଛନ୍ତି। ଏହାସହ ଦଳ ଭିତରେ ଚାଲିଥିବା ଦୁର୍ନୀତି ବିରୋଧରେ ଖୋଲାଖୋଲି ସ୍ୱର ଉତ୍ତୋଳନ କରିବାରୁ ତାଙ୍କୁ ଦଳୀୟ ସ୍ତରରେ କୋଣଠେସା କରାଯାଇଥିଲା ବୋଲି ସେ ଅଭିଯୋଗ କରିଛନ୍ତି।

Related Articles

Back to top button