ଓଡ଼ିଶାରାଜନୀତି

ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର ,ପ୍ରଧାନମନ୍ତ୍ରୀ ମୋଦୀ ଆଜି  ପୂର୍ବାହ୍ଣ ୧୧ଟା ୧୫ ମିନିଟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ପାହାଡ଼ପୁର ଗ୍ରାମ ପରିଦର୍ଶନ କରିବେ।ପୁଣି  ରାଷ୍ଟ୍ରପତିଙ୍କ ଜନ୍ମଦିନ ଅବସରରେ, ନିମନ୍ତ୍ରଣ ରକ୍ଷା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ମୁର୍ମୁଙ୍କ ଗାଁ ।ପ୍ରଧାନମନ୍ତ୍ରୀ ମୋଦୀ ଶନିବାର ପୂର୍ବାହ୍ଣ ୧୧ଟା ୧୫ ମିନିଟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ପାହାଡ଼ପୁର, ଗ୍ରାମ ପରିଦର୍ଶନ କରିବେ। ଏହାପରେ ଉଭୟ ନେତୃତ୍ୱ ପବିତ୍ର ସାନ୍ତାଳୀ ଜାହେରା ଏବଂ ହୋ ଜାହେରା, ଦକ୍ଷତା କେନ୍ଦ୍ର ଏବଂ ପାହାଡ଼ପୁର ସ୍କୁଲରେ ପ୍ରାର୍ଥନା କରିବେ। ଏହି ଗସ୍ତ ଆଦିବାସୀ ବହୁଳ ଅଞ୍ଚଳ ତଥା ଗ୍ରାମାଞ୍ଚଳରେ ଶିକ୍ଷାଗତ ସୁଯୋଗ, ଦକ୍ଷତା ବିକାଶ ଏବଂ ସାମାଜିକ-ଆର୍ଥିକ ସଶକ୍ତୀକରଣକୁ, ସୁଦୃଢ଼ କରିବା ପାଇଁ ଚାଲିଥିବା ପ୍ରୟାସ ଉପରେ, ଆଲୋକପାତ କରିବ ବୋଲି ଆଶା କରାଯାଉଛି। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗରିମାମୟ ଉପସ୍ଥିତି ରାଇରଙ୍ଗପୁର, ତଥା ମୟୂରଭଞ୍ଜ ଜିଲାବାସୀଙ୍କ ପାଇଁ ଏକ ସ୍ବର୍ଣ୍ଣିମ ଇତିହାସ। ରାଷ୍ଟ୍ରପତି, ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଅପରାହ୍ଣରେ ମୟୁରଭଞ୍ଜ ମାଟିରେ ପାଦ ଥାପି ସାରିଥିବାବେଳେ ତାଙ୍କ ଗସ୍ତକୁ ନେଇ ଜନ୍ମମାଟିରେ ଉତ୍ସାହ ଦେଖାଦେଇଛି।ଓଡ଼ିଶା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ‘ବିକାଶର ଧାରା, ଓଡ଼ିଶା ସାରା’ କାର୍ଯ୍ୟକ୍ରମରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‍ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନା କରିବେ। ଏହାସହିତ ପ୍ରଧାନମନ୍ତ୍ରୀ ଏହି ଅବସରରେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ।ଏହି ଅବସରରେ ଶକ୍ତି, ଶିଳ୍ପ ଭିତ୍ତିଭୂମି, ସଡ଼କ ସଂଯୋଗୀକରଣ, ପାନୀୟ ଜଳ, ସ୍ବାସ୍ଥ୍ୟ, ଶିକ୍ଷା, ପର୍ଯ୍ୟଟନ ଏବଂ ଜଳସେଚନ ସମେତ ପ୍ରମୁଖ କ୍ଷେତ୍ରର, ପ୍ରକଳ୍ପଗୁଡ଼ିକର ଉଦ୍‍ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବାର, କାର୍ଯ୍ୟକ୍ରମ ରହିଛି। ଏହି ପ୍ରକଳ୍ପଗୁଡ଼ିକ ସମଗ୍ର ଓଡ଼ିଶାରେ ଭିତ୍ତିଭୂମିକୁ ସୁଦୃଢ଼ କରିବା, ସଂଯୋଗୀକରଣରେ ଉନ୍ନତି ଆଣିବା, ଶକ୍ତି ସୁରକ୍ଷା ବୃଦ୍ଧି କରିବା ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ଆଶା କରାଯାଉଛି।

Related Articles

Back to top button