ଓଡ଼ିଶାପାଣିପାଗ

୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆଜି କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ମୟୂରଭଞ୍ଜ, କେନ୍ଦୁଝର, ଗଜପତି, ମାଲକାନଗିରି, କନ୍ଧମାଳ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ କେତେକ ସ୍ଥାନରେ ହାଲ୍‌କା ବର୍ଷା ସହ ଘଡ଼ଘଡ଼ି ଏବଂ ବଜ୍ରପାତ ହୋଇପାରେ।୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଧିକାଂଶ ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏହି ସମୟରେ, ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବ ବୋଲି ଅନୁମାନ କରାଯାଉଛି। ବାକି ସବୁ ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଆଜି ସକାଳେ ରାଜଧାନୀ ଭୁବନେଶ୍ୱର ଓ କଟକ ଭିଜିଛି। କଟକରେ ପ୍ରବଳ ବର୍ଷା ହୋଇଥିବା ବେଳ ଭୁବନେଶ୍ୱରରେ ଝିପିଝିିପି ବର୍ଷା ହୋଇଛି। ଆଗକୁ ଏମିତି ବର୍ଷା ଲାଗି ରହିବ ବୋଲି ଅନୁମାନ କରାଯାଉଛି। ସେପଟେ ଆଜି କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୬ ଯାଏଁ ରାଜ୍ୟରେ ଅଧିକାଂଶ ଜିଲ୍ଲାରେ, କାଳବୈଶାଖୀ ହେବାର ସମ୍ଭାବନା ରହିଛି।

Related Articles

Back to top button