ଓଡ଼ିଶାପାଣିପାଗ

୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର ,ସାରା ରାଜ୍ୟକୁ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି ।  ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।

ଆଜି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ଆଶଙ୍କା ରହିଛି।

ଏହାସହ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ପର୍ଯ୍ୟନ୍ତ ପହଞ୍ଚିପାରେ ବୋଲି, ଆକଳନ କରାଯାଉଛି। ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆସନ୍ତା ୨୮ ତାରିଖ ଯାଏଁ ନୂଆପଡ଼ା, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Related Articles

Back to top button