ଅନ୍ୟାନ୍ୟପାଣିପାଗ

ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ 7 ଜିଲ୍ଲା କୁ ଅରେଞ୍ଜ ୱାର୍ଣ୍ଣିଂଜାରି

ଭୁବନେଶ୍ୱର ,ରାଜ୍ୟରେ ଭୀଷଣ ବର୍ଷା ଲାଗି ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ 7 ଜିଲ୍ଲା ଅନୁଗୋଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାର କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର, ଦେବଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।ଯଦିଓ ଲଘୁଚାପର ପ୍ରଭାବ ହ୍ରାସ ପାଇବ ମାତ୍ର ମୌସୁମୀ ବାୟୁ ପ୍ରଭାବରେ, ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିବ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ, ପାଣିପାଗ ବିଭାଗ ପକ୍ଷରୁ 7ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥ‌ିବା ସଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତ ରୂପ ନେଇଛି । ଏହା ବର୍ତ୍ତମାନ ବାଲେଶ୍ବରଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ, ଚାନ୍ଦବାଲିଠାରୁ ଉତ୍ତରପୂର୍ବ ଏବଂ ପଶ୍ଚିମବଙ୍ଗର ଦୀଘା ଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମରେ ଅବସ୍ଥିତ ଅଛି ।ଏହା ପରବର୍ତ୍ତୀ ୨-୩ ଘଣ୍ଟା ମଧ୍ୟରେ ଆହୁରି ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଉତ୍ତର ଓଡ଼ିଶା ଏବଂ ଉତ୍ତର ଛତିଶଗଡ଼ ଅତିକ୍ରମ କରିବା ନେଇ, ସମ୍ଭାବନା ଅଧିକ ରହିଛି ।

Related Articles

Back to top button