Uncategorized

ରଥଯାତ୍ରା ଭିଡ଼ରେ ୨ ଶ୍ରଦ୍ଧାଳୁଙ୍କ ମୃତ୍ୟୁ: ଗୃହ ସଚିବ ଓ ପୁରୀ ଜିଲ୍ଲାପାଳଙ୍କୁ ରିପୋର୍ଟ ତଲବ କଲେ OHRC

ଭୁବନେଶ୍ବର: ବିଶ୍ବପ୍ରସିଦ୍ଧ ପୁରୀ ରଥଯାତ୍ରା ସମୟରେ ଅହେତୁକ ଭିଡ଼ ଓ ଠେଲାପେଲା ଯୋଗୁଁ ଅଣନିଃଶ୍ୱାସୀ ହୋଇ ୨ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାକୁ ଓଡ଼ିଶା ମାନବାଧିକାର ଆୟୋଗ (OHRC) ଗୁରୁତର ସହ ନେଇଛନ୍ତି। ଏହି ସମ୍ବେଦନଶୀଳ ମାମଲାରେ ଆଇନଜୀବୀ ନିଶିକାନ୍ତ ମିଶ୍ରଙ୍କ ଆବେଦନକୁ ଗ୍ରହଣ କରି ଆୟୋଗ ରାଜ୍ୟ ଗୃହ ବିଭାଗର ପ୍ରମୁଖ ସଚିବ ଏବଂ ପୁରୀ ଜିଲ୍ଲାପାଳଙ୍କୁ ଜବାବ ତଲବ କରିଛନ୍ତି। ଆଗାମୀ ଅଗଷ୍ଟ ୨୮ ତାରିଖ ସୁଦ୍ଧା ଏହି ସମ୍ପର୍କିତ ବିସ୍ତୃତ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ଭିଡ଼ ଯୋଗୁଁ ଆହତ ହୋଇଥିବା ଅନ୍ୟ ଶ୍ରଦ୍ଧାଳୁମାନଙ୍କୁ ଉପଯୁକ୍ତ ତଥା ମାଗଣା ଚିକିତ୍ସା ଯୋଗାଇଦେବା ପାଇଁ ଆୟୋଗ ରାଜ୍ୟ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଅପରପକ୍ଷରେ, ଆଗକୁ ଥିବା ବାହୁଡା଼ ଯାତ୍ରାକୁ ଅଧିକ ସୁରକ୍ଷିତ ଓ ଶୃଙ୍ଖଳିତ କରିବା ପାଇଁ ରାଜ୍ୟ ଗୃହ ବିଭାଗ, ପୁରୀ ଜିଲ୍ଲାପାଳ ଏବଂ ପୁରୀ ଏସପିଙ୍କୁ ସତର୍କତାମୂଳକ ପଦକ୍ଷେପ ନେବାକୁ କୁହାଯାଇଛି।

Related Articles

Back to top button