ଓଡ଼ିଶାପାଣିପାଗ

ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି

ଭୁବନେଶ୍ୱର,ବଙ୍ଗୋପସାଗରରେ ସୃଷ୍ଟି ହୋଇଛି, ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର , ପଶ୍ଚିମବଙ୍ଗ-ଓଡିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ୨ ଦିନ ମଧ୍ୟରେ ଆହୁରି ଘନୀଭୂତ ହେବା, ସମ୍ଭାବନା ରହିଛି। ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଗଂଜାମ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। କିଛି ସ୍ଥାନରେ ବର୍ଷା ସହିତ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ, ମଧ୍ୟ ପୂର୍ବାନୁମାନ କରାଯାଇଛି। ସମୁଦ୍ର ଅଶାନ୍ତ ରହିବା କାରଣରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ, ଯିବାକୁ ବାରଣ କରାଯାଇଛି। ଆଜିପାଇଁ ୬ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ରେଡ୍ ଓ୍ୱାର୍ଣ୍ଣିଂ, ଜାରି ହୋଇଛି। ଏହି ସବୁ ଜିଲ୍ଲା ହେଲା ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ କେନ୍ଦୁଝର। ସେହିପରି ବାଲେଶ୍ୱର, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, ମୟୂରଭଂଜ, ବୌଦ୍ଧ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାକୁ ଅରେଂଜ ଆଲର୍ଟ ଜାରି ହୋଇଛି।  ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ, ପ୍ରବଳ ବର୍ଷା ହୋଇପାରେ।

Related Articles

Back to top button