Uncategorized
୬ ଲକ୍ଷ ଲୋକ ବନ୍ୟାରେ ପ୍ରଭାବିତ : ରାଜସ୍ୱ ମନ୍ତ୍ରୀ


ଭୁବନେଶ୍ୱର: ରାଜ୍ୟରେ ସାମ୍ପ୍ରତିକ ବନ୍ୟା ଯୋଗୁଁ ୫ଟି ଜିଲ୍ଲାର ପ୍ରାୟ ୬ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ଏ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୬୫ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ପ୍ରଭାବିତ ଅଞ୍ଚଳଗୁଡ଼ିକରେ ରିଲିଫ୍ ସାମଗ୍ରୀ ଯୋଗାଇ ଦିଆଯିବା ସହ ଶୁଖିଲା ଓ ରନ୍ଧା ଖାଦ୍ୟ ବଣ୍ଟନ କରାଯାଉଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପରିମାଣ କମ୍ ରହିବ ଏବଂ ଅଗଷ୍ଟ ୨ ତାରିଖ ପରେ ପୁନର୍ବାର ବର୍ଷା ହୋଇପାରେ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ଅପରପକ୍ଷରେ, ସନ୍ଧ୍ୟା ସୁଦ୍ଧା ମୁଣ୍ଡଳୀଠାରେ ପ୍ରାୟ ୯ ଲକ୍ଷ କ୍ୟୁସେକ୍ ବନ୍ୟାଜଳ ପ୍ରବାହିତ ହେବାର ସମ୍ଭାବନା ରହିଛି। ଉପରମୁଣ୍ଡରେ ବର୍ଷା କମିଥିବାରୁ ବୈତରଣୀ ନଦୀରେ ବନ୍ୟାଜଳ ହ୍ରାସ ପାଇଛି, ତଥାପି ଆଖୁଆପଦାଠାରେ ଜଳସ୍ତର ବୃଦ୍ଧି ପାଉଛି। ଏହି ବନ୍ୟା ଯୋଗୁଁ ଯାଜପୁର ଜିଲ୍ଲାରେ ୨ଟି ସ୍ଥାନରେ ଘାଇ ସୃଷ୍ଟି ହୋଇଛି।




