
ଭୁବନେଶ୍ୱର,ରାଜ୍ୟରେ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ସେହି ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡା, ଗଂଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଓ ଝାରସୁଗୁଡା।
ଏହି ୧୮ ଜିଲ୍ଲାରେ ବିଜୁଳି ଘଡଘଡି ବର୍ଷା ସହ ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି।ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଛତିଶଗଡ଼ ଓ ପୂର୍ବ ମଧ୍ୟପ୍ରଦେଶ ଦେଇ ପଶ୍ଚିମ ଦିଗକୁ, ଗତି କରିବ।
ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ କମିବାକୁ ଥିବାବେଳେ, ଅନେକ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଟକା ପବନ ବହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।
ଆଗାମୀ ୨୪ ଘଣ୍ଟା ପରେ ୩ ଦିନ ଯାଏ ବର୍ଷାର ପରିମାଣ କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।




