ଓଡ଼ିଶାରାଜନୀତି

ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ଭୁବନେଶ୍ୱର ,ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ, ଭୁବନେଶ୍ୱରରେ ପହଞ୍ଚିଛନ୍ତି।ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଲୋକଭବନରେ କିଛି ସମୟ ବିତାଇବା ପରେ, ସଡ଼କ ପଥରେ କଟକ ଜିଲା ଡମପଡ଼ା ତହସିଲ ଅନ୍ତର୍ଗତ ବାଆଁରା ନିକଟସ୍ଥ, ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଉଦ୍‌ଘାଟନ କାର୍ଯ୍ୟକ୍ରମରେ, ଯୋଗଦେବେ। ୪ ତାରିଖ ସକାଳେ ଭୁବନେଶ୍ୱର ରେଳଷ୍ଟେସନରୁ ସ୍ବତନ୍ତ୍ର ଟ୍ରେନ ଯୋଗେ, ବ୍ରହ୍ମପୁର ଯିବେ। ପୂର୍ବାହ୍ନ ୧୧ଟା ୩୦ରେ ବ୍ରହ୍ମପୁର ରେଳ ଷ୍ଟେସନରେ ପହଞ୍ଚିବା ପରେ ସେଠାରୁ, ସଡ଼କପଥରେ ତପ୍ତପାଣି ଯିବେ। ରାଷ୍ଟ୍ରପତି ୪ ନଂ ପ୍ଲାଟଫର୍ମରୁ ବାହାରି ଗୋସାଇଁନୂଆଗାଁ, ଅନ୍ଧପସରାରୋଡ୍‌, ହରିଡ଼ାଖଣ୍ଡି, ଦିଗପହଣ୍ଡି ରୋଡ୍‌ ହୋଇ ତପ୍ତପାଣିରେ ପହଞ୍ଚିବେ। ତପ୍ତପାଣି ଉଷ୍ମପ୍ରସ୍ରବଣ ପରିଦର୍ଶନ ପରେ, ରାଷ୍ଟ୍ରପତି ଏହି ରାସ୍ତାରେ ପୁଣି ବ୍ରହ୍ମପୁର ​ଫେରି ଗୋଳାବନ୍ଧ ଆର୍ମି ଏୟାର ଡିଫେନ୍ସ କଲେଜରେ, ରାତ୍ରିଯାପନ କରିବେ। ରାଷ୍ଟପତିଙ୍କ ଗସ୍ତ ପାଇଁ ଗଞ୍ଜାମ ଓ ବ୍ରହ୍ମପୁର ପୁଲିସ ତଥା ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଷ୍ଟ୍ରପତି ଯେଉଁ ସଡ଼କପଥରେ ଯାତ୍ରା କରିବେ ଏବଂ ଯେଉଁ ଅଞ୍ଚଳରେ ରହିବେ, ସେହି ସମସ୍ତ ଅଞ୍ଚଳକୁ ‘ନୋ-ଫ୍ଲାଇଂ-ଜୋନ୍‌ ଓ ନୋ-ଡ୍ରୋନ-ଜୋନ୍‌’ ଘୋଷଣା କରାଯାଇଛି।

Related Articles

Back to top button