Uncategorized
ସମ୍ବଲପୁରରେ ଯୁବକଙ୍କୁ ହତ୍ୟା ଅଭିଯୋଗ: ୨ ଅଟକ


ଭୁବନେଶ୍ବର: ସମ୍ବଲପୁର ଟାଉନ୍ ଥାନା ଅନ୍ତର୍ଗତ ମା’ ପାଟଣେଶ୍ୱରୀ ମନ୍ଦିର ପଛପଟେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ବିଳମ୍ବିତ ରାତି ପ୍ରାୟ ୨ଟାରୁ ୩ଟା ମଧ୍ୟରେ ଏହି ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ଦୁର୍ବୃତ୍ତମାନେ ଉକ୍ତ ବ୍ୟକ୍ତିଙ୍କୁ ଲୁଟ୍ କରିବାକୁ ଉଦ୍ୟମ କରୁଥିବା ବେଳେ ତାହା ବିଫଳ ହେବାରୁ ଏହି ହତ୍ୟାକାଣ୍ଡ ଘଟାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଅନୁମାନ କରୁଛି। ମୃତକଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରି ନାହିଁ। ପୋଲିସ ମୃତଦେହ ଜବତ କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରଖିବା ସହ ଘଟଣାର ତଦନ୍ତ ଚଳାଇଛି। ଏହି ହତ୍ୟାକାଣ୍ଡ ସନ୍ଦେହରେ ଦୁଇଜଣ ଯୁବକଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି।




