
ଭୁବନେଶ୍ୱର ,ଆଜି ପୁରା ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ନେଇ, ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଅନୁଗୋଳ ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ, ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୧୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ, ଜାରି ହୋଇଛି। ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଲାଗି, ରହିବ।
ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସକାଳ ୫.୩୦ମିନିଟରେ, ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
ଆଗାମୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ସହ, ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା।
ପ୍ରଭାବରେ ରାଜ୍ୟରେ, ଆହୁରି ବଢ଼ିପାରେ ବର୍ଷାର ପରିମାଣ।




