ଓଡ଼ିଶାପାଣିପାଗ

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ 

ମୋବାଇଲ ନ୍ୟୁଜ24×7 ବ୍ୟୁରୋ;   ଲଗାଣ ବର୍ଷା ଯୋଗୁ କିଛି ଜିଲ୍ଲାରେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ତେଣୁ ପୁନର୍ବାର ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋମବାର ସେ ଆକାଶ ମାର୍ଗରୁ ଭଦ୍ରକ ଓ ଯାଜପୁର ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଓ ରାଜ୍ୟ ବିଜେପି ସଭାପତି ତଥା ରାଜ୍ୟସଭା ସାଂସଦ ମନମୋହନ ସାମଲ ମଧ୍ୟ ବନ୍ୟାଞ୍ଚଳରେ ସ୍ଥିତି ବୁଲି ଦେଖିଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ବିଟ କରି ଏହି ସମ୍ପର୍କରେ ସୂଚନା ଦେଇ କହିଛନ୍ତି ।
ସେହିପରି ଉଦ୍ଧାର ଓ ସହାୟତା କାର୍ଯ୍ୟର ସୁଚାରୁ ପରିଚାଳନା ପାଇଁ ୩ ଜଣ ବରିଷ୍ଠ ତଥା ଅଭିଜ୍ଞ ଅଧିକାରୀଙ୍କୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲା ପାଇଁ ସ୍ୱତନ୍ତ୍ର ଦାୟିତ୍ୱ ଦିଆଯାଇଛି । ସ୍ୱତନ୍ତ୍ର ରିଲିଫ୍ କମିଶନର ସମସ୍ତ ଜିଲ୍ଲା ପ୍ରଶାସନ ସହ ନିରନ୍ତର ସମନ୍ୱୟ ରକ୍ଷା କରି କାର୍ଯ୍ୟର ତଦାରଖ କରୁଛନ୍ତି। ପ୍ରଭାବିତ ଲୋକଙ୍କ ନିକଟରେ ଶୀଘ୍ର ସହାୟତା ପହଞ୍ଚାଇବା ଏବଂ ସେମାନଙ୍କ ସୁରକ୍ଷା ନିଶ୍ଚିତ କରିବା ଆମର ସର୍ବୋଚ୍ଚ ପ୍ରାଥମିକତା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Related Articles

Back to top button