
ଭୁବନେଶ୍ୱର,ଆସନ୍ତା ୨୪ ତାରିଖରୁ ଉତ୍ତର ଓଡ଼ିଶାର, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ, ବର୍ଷା ହେବାକୁ ଥିବାରୁ, ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ବିଭାଗ।ପାଣିପାଗ ବିଶେଷଜ୍ଞ ବିଶ୍ବଜିତ୍ ସାହୁ କହିଛନ୍ତି, ମ୍ୟାଁମାର୍ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆସନ୍ତା ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ, ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ପଶ୍ଚିମବଙ୍ଗ ଉପକୂଳ ନିକଟବର୍ତ୍ତୀ ଅଞ୍ଚଳରେ, ଏକ ଲଘୁଚାପରେ ପରିଣତ ହେଇପାରେ। ପାଣିପାଗ ବିଶେଷଜ୍ଞ ପ୍ରଫେସର, ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ୨୪ରୁ ୨୫ ତାରିଖ ବେଳକୁ ମଧ୍ୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ, ସୃଷ୍ଟି ହେବାର ସମ୍ଭାବନା ରହିଛି। ବିଭିନ୍ନ ମଡେଲର ଆକଳନ ଅନୁସାରେ, ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୬ରୁ ୨୭ ତାରିଖ ମଧ୍ୟରେ, ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ନିକଟସ୍ଥ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ, ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ, ଉତ୍ତର ଓଡ଼ିଶା ସହ ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ, ପ୍ରବଳ ବର୍ଷା ହେବ ବୋଲି ପାଣିପାଗ, ବିଭାଗ ପୂର୍ବାନୁମାନ କରିଛି।




