Uncategorized

ବଙ୍ଗୋପସାଗରରେ ଲଘୁଚାପ: ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶା, ପଶ୍ଚିମବଙ୍ଗ ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ବ୍ୟାପକ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ସୂଚନା ଦେଇଛି। ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିବ। ପାଣିପାଗ ବିଭାଗ (ଆଇଏମଡି) ଅନୁସାରେ, ଆଜି ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ ଜିଲ୍ଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ନେଇ ‘ରେଡ୍ ୱାର୍ନିଂ’ ଜାରି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସୁରକ୍ଷା ଦୃଷ୍ଟିରୁ ମୟୂରଭଞ୍ଜର ସମସ୍ତ ସରକାରୀ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକୁ ଆଜି ପାଇଁ ଛୁଟି ଘୋଷଣା କରାଯାଇଛି।

Related Articles

Back to top button