Uncategorized
ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା: ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ


ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ କ୍ଷେତ୍ରୀୟ ଲଘୁଚାପ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଲଗାଣ ବର୍ଷା ଜାରି ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ‘ଅରେଞ୍ଜ ଆଲର୍ଟ’ ଜାରି କରାଯାଇଛି। ଅନ୍ୟପଟେ, କଳାହାଣ୍ଡି ଜିଲ୍ଲାରେ ଅତି ପ୍ରବଳ ବର୍ଷା ପାଇଁ ‘ରେଡ୍ ଆଲର୍ଟ’ ଜାରି ହୋଇଛି। ପ୍ରତିକୂଳ ପାଣିପାଗ ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ କଳାହାଣ୍ଡିର ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଏବଂ ଘରୋଇ ସ୍କୁଲଗୁଡ଼ିକୁ ଆଜି ପାଇଁ ଛୁଟି ଘୋଷଣା କରାଯାଇଛି।




