Uncategorized

ଏମ୍ସରେ ଆରୋଗ୍ୟ ହେଉଛନ୍ତି ବାଚସ୍ପତି ସୁରମା ପାଢ଼ୀ

ଭୁବନେଶ୍ବର: ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ହଠାତ୍ ଅସୁସ୍ଥ ହୋଇପଡ଼ିବା ପରେ ତାଙ୍କୁ ତୁରନ୍ତ ଭୁବନେଶ୍ୱରସ୍ଥିତ ଏମ୍ସ  ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ସେ ସ୍ୱେଶାଲିଷ୍ଟ ଡାକ୍ତରୀ ଟିମ୍‌ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଛନ୍ତି। ବାଚସ୍ପତିଙ୍କ ଅସୁସ୍ଥତା ଖବର ପାଇବା ମାତ୍ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ୟକ୍ତିଗତ ଭାବେ ଏମ୍ସ ହସ୍ପିଟାଲରେ ପହଞ୍ଚି ତାଙ୍କୁ ସାକ୍ଷାତ କରିବା ସହ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ମୁଖ୍ୟମନ୍ତ୍ରୀ ହସ୍ପିଟାଲରେ ଉପସ୍ଥିତ ଥିବା ଚିକିତ୍ସକମାନଙ୍କ ସହ ଆଲୋଚନା କରି ବାଚସ୍ପତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଏବଂ ଚାଲିଥିବା ଚିକିତ୍ସା ସେବା ସମ୍ପର୍କରେ ବିସ୍ତୃତ ତଥ୍ୟ ନେଇଥିଲେ। ଏଥିସହିତ ସେ ତାଙ୍କର ଆଶୁ ଆରୋଗ୍ୟ ଓ ସମ୍ପୂର୍ଣ୍ଣ ସୁସ୍ଥତା କାମନା କରିଛନ୍ତି। ଏହି ସାକ୍ଷାତ ପରେ ମୁଖ୍ୟମନ୍ତ୍ରୀ ନିଜର ସାମାଜିକ ଗଣମାଧ୍ୟମ ‘ଏକ୍ସ’ (X) ଆକାଉଣ୍ଟରେ ଏକ ପୋଷ୍ଟ କରି ଲେଖିଛନ୍ତି, “ଏମ୍ସ ଭୁବନେଶ୍ୱରରେ ଚିକିତ୍ସିତ ହେଉଥିବା ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଲି। ତାଙ୍କର ଶୀଘ୍ର ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା ନେଇ ମୁଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।”

Related Articles

Back to top button