Breaking News
ନୂଆ ରାଜ୍ୟପାଳଙ୍କୁ ଭବ୍ୟ ସ୍ୱାଗତ

ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ ବ୍ରଜମୋହନ ରାମ । ମୁଖ୍ୟମନ୍ତ୍ରୀ, ବାଚସ୍ପତି, ମନ୍ତ୍ରୀ ଏବଂ ମୁଖ୍ୟ ଶାସନ ସଚିବ ତାଙ୍କୁ ବିମାନବନ୍ଦରରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରିଛନ୍ତି । ବିମାନବନ୍ଦରରୁ ସିଧାସଳଖ ଯିବେ ପୁରୀ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପୁରୀ ଯାଇ ଶ୍ରୀଜଗନ୍ନାଥଙ୍କୁ କରିବେ ଦର୍ଶନ।
ଆସନ୍ତାକାଲି ଅଥବା ଅକ୍ଟୋବର ୧୮ ତାରିଖ ସକାଳ ୧୧ଟାରେ ଭୁବନେଶ୍ୱରସ୍ଥିତ ଲୋକଭବନର ନୂଆ ଅଭିଷେକ ହଲ୍ରେ ସେ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ । ସନ୍ଧ୍ୟାରେ ପୁରୀରୁ ଭୁବନେଶ୍ୱର ଫେରି ରାତି ୭ଟା ୨୫ରେ ଲୋକଭବନରେ ପହଞ୍ଚିବେ । ରାଜ୍ୟପାଳଙ୍କ ଆଗମନ ଓ ଶପଥ ଗ୍ରହଣକୁ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି ।




