ଅନ୍ୟାନ୍ୟରାଜନୀତି

ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ।

ଭୁବନେଶ୍ୱର, ନଭେମ୍ବର ୪ ଓ ୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି । ରାଷ୍ଟ୍ରପତି ସଚିବାଳୟର ଟୁର୍ ସେକ୍ସନ ପକ୍ଷରୁ ଜାରି ଚିଠିରେ ଏହି ସୂଚନା ଦିଆଯାଇଛି । ନଭେମ୍ବର ୪ରେ ଦାଣ୍ଡବୋଷ ବିମାନବନ୍ଦରରେ, ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ, ପହଞ୍ଚି ଅବତରଣ ପରେ, ସଡ଼କ ପଥରେ ବହଳଦା ସ୍ଥିତ ମା’ କିଚକେଶ୍ୱରୀ ମନ୍ଦିର ଅଭିମୁଖେ, ବାହାରି ପୂଜା କରିବେ । ପରେ ମହୁଲଡିହାର ଲକ୍ଷ୍ମୀମଣ୍ଡପ ଏବଂ ରାଇରଙ୍ଗପୁରସ୍ଥିତ ରାଷ୍ଟ୍ରପତିଙ୍କ ଗୃହକୁ ଯିବାର, କାର୍ଯ୍ୟକ୍ରମ ରହିଛି । ନଭେମ୍ବର ୫ ତାରିଖରେ ରାଇରଙ୍ଗପୁର ସ୍ପୋର୍ଟସ୍ କମ୍ପେ୍ଲକ୍ସ, ବିକାଶ ନଗର ଏବଂ ଗୋରୁମହିଷାଣୀ ଆଇରନ୍ କଲେଜସ୍ଥିତ ମଲ୍ଟି ସ୍କିଲ୍ ଡେଭଲପମେଣ୍ଟ ସେଣ୍ଟର ସମେତ ଟାଉନ୍ ହଲ୍ ଗସ୍ତର, କାର୍ଯ୍ୟସୂଚୀ ରହିଛି । ଏହାପରେ ଦାଣ୍ଡବୋଷ ବିମାନବନ୍ଦର ଅଭିମୁଖେ, ଫେରିବେ । ରାଷ୍ଟ୍ରପତିଙ୍କ କାରକେଡ୍‌ର ସୁଗମ ଓ ସୁରକ୍ଷିତ ଯାତାୟାତ ପାଇଁ, ପ୍ରତ୍ୟେକ ରାସ୍ତାର ଦୂରତା, ଯାତ୍ରାରେ ଲାଗିବାକୁ ଥିବା ସମୟ ଏବଂ ରାସ୍ତାର ବାସ୍ତବ ସ୍ଥିତି ଯାଞ୍ଚ ପାଇଁ ନିର୍ଦ୍ଦେଶ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି, ଜିଲ୍ଲା ପ୍ରଶାସନ, ପୁଲିସ ଓ ସମ୍ପୃକ୍ତ ବିଭାଗଗୁଡ଼ିକ ପକ୍ଷରୁ, ରାସ୍ତାଘାଟ, ଯାତାୟାତ ଓ ସୁରକ୍ଷା ବ୍ୟବସ୍ଥାର ସମନ୍ୱୟ ଉପରେ ଗୁରୁତ୍ୱ ଦିଆଯାଉଛି ।

Related Articles

Back to top button