ଆତ୍ମସମର୍ପଣ କଲେ ପତ୍ନୀ ବିଦ୍ୟାଭାରତୀ ।

ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପୁଣି ହଲଚଲ । ଆତ୍ମସମର୍ପଣ କଲେ ପତ୍ନୀ ବିଦ୍ୟାଭାରତୀ । ହାଇକୋର୍ଟରେ ଆଗୁଆ ଜାମିନନ ଆବେଦନ ଖାରଜ ପରେ ଆତ୍ମସମର୍ପଣ କରିଛନ୍ତି। ଗତ ୩୧ ତାରିଖରେ ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନ ହାଇକୋର୍ଟ ଖାରଜ କରିଥିଲେ। ଏହାପରେ ସେ ଆତ୍ମସମର୍ପଣ କରିଛନ୍ତି।
ଅନ୍ୟପଟେ ଏହି ମାମଲାରେ ଆଗୁଆ ଜାମିନ ଆବେଦନକୁ ନେଇ ହାଇକୋର୍ଟରେ ମଧ୍ୟ ଶୁଣାଣି ହୋଇଛି । ହେଲେ ବିଦ୍ୟାଭାରତୀଙ୍କୁ ଅନ୍ତରୀଣ ସୁରକ୍ଷା ଦେବାକୁ ମନା କରିଦେଇଛନ୍ତି ଉଚ୍ଚ ନ୍ୟାୟାଳୟ । ଛୁଟି ପରେ ପ୍ରଥମ ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ଏହି ମାମଲାରେ ପୂର୍ବରୁ ତତ୍କାଳୀନ ଡିଏଫଓ ଏବଂ ରୋଷେୟା ଜେଲରେ ଅଛନ୍ତି । ବିଦ୍ୟାଭାରତୀଙ୍କ ସମେତ ସଂଗ୍ରାମ ବେହେରା ଓ ମନ୍ମଥ କୁମ୍ଭଙ୍କ ନାଁରେ ଅଭିଯୋଗ କରିଥିଲେ ସୌମ୍ୟଙ୍କ ବାପା।
୨୦୨୧ ଜୁଲାଇ ୧୨ ତାରିଖ । ଗଜପତି ଜିଲ୍ଲାରେ କାର୍ଯ୍ୟରତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ନିଜ ସରକାରୀ ବାସଭବନରେ ନିଆଁରେ ପୋଡ଼ି ଗୁରୁତର ହୋଇଥିଲେ । ପରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାଟି ସେତେବେଳେ ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା ।




