Breaking Newsପାଣିପାଗ
ବଙ୍ଗୋପସାଗରରେ ଲଘୁଚାପ। ଓଡିଶାକୁ ନାହିଁ ପ୍ରଭାବ !

ଅର୍ଣ୍ଣବ ପରେ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ତେବେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ପଡ଼ିବାର ସମ୍ଭାବନା ନାହିଁ । ଉପକୂଳବର୍ତ୍ତୀ ଜିଲ୍ଲାରେ ବାଦଲ ଆସିପାରେ କିନ୍ତୁ ବର୍ଷା ସମ୍ଭାବନା କମ୍ । ଆଗାମୀ ୭ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବା ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି ।




