ଓଡ଼ିଶାଶିକ୍ଷା

୨୦୧୩ ସରକାରୀ ବ୍ଲକ ଗ୍ରାଣ୍ଟର ଅନୁଦାନରୁ ବଞ୍ଚିତ ୧୯୪ଟି ଉଚ୍ଚ ବିଦ୍ୟାଳୟକୁ ମିଳିବ ଅନୁଦାନ

ମୋବାଇଲ ନ୍ୟୁଜ 24×7 ବ୍ୟୁରୋ ;  ବିଭିନ୍ନ ଶିକ୍ଷକ ଓ କର୍ମଚାରୀ ସଂଘର ଦାବି ଉପରେ ଗଠିତ ଅଶୋକ ତ୍ରିପାଠୀ କମିଟିର ସୁପାରିଶକୁ ବିଚାର କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଉଚ୍ଚସ୍ତରୀୟ ବୈଠକରେ ୧୫ ଗୋଟି ଗୁରୁତ୍ୱପୂର୍ଣ୍ଣ ସୁପାରିଶକୁ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ତଥା ଶିକ୍ଷକ, ଅଧ୍ୟାପକ ଏବଂ କର୍ମଚାରୀମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଶୁକ୍ରବାର ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ନିମ୍ନଲିଖିତ ୧୫ଟି ସୁପାରିଶକୁ କାର୍ଯ୍ୟକାରୀ କରିବା ପାଇଁ ସ୍ଥିର ହୋଇଛି –

1) ୨୦୧୩ ସରକାରୀ ବ୍ଲକ ଗ୍ରାଣ୍ଟର ଅନୁଦାନରୁ ବଞ୍ଚିତ ୧୯୪ଟି ଉଚ୍ଚ ବିଦ୍ୟାଳୟ ଗୁଡ଼ିକୁ ଅନୁଦାନଭୁକ୍ତ କରିବା ।

2) ସରକାରୀ ସ୍କୁଲରେ ପାର୍ଟ-ଟାଇମ୍ କଳା, ସଂଗୀତ ଓ କ୍ରୀଡ଼ା ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକ ୧୦ ହଜାର ଟଙ୍କାରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କରିବା ।

3) ୬ ବର୍ଷ ପୂରଣ କରି ୨୦୨୨ ମସିହାରେ ନିୟମିତ ହୋଇଥିବା ସରକାରୀ ମାଧ୍ୟମିକ ବିଦ୍ୟାଳୟ TGT ଓ PET ଶିକ୍ଷକମାନଙ୍କୁ ବକେୟା ଦରମା ପ୍ରଦାନ କରିବା ।

4) ପ୍ରାଥମିକ ଶିକ୍ଷକମାନଙ୍କର ନିୟମିତ ପଦୋନ୍ନତି କରିବା ।

5) ୨୦୧୬ରୁ ୨୦୧୮ ମସିହା ମଧ୍ୟରେ ନିଯୁକ୍ତ ଶିକ୍ଷା ସହାୟକମାନଙ୍କୁ ନିୟମିତ କରିବା ।

6) ପ୍ରଥମା ଓ ମଧ୍ୟମା ସଂସ୍କୃତ ଟୋଲ ଗୁଡ଼ିକରେ ନିୟମିତ ଶିକ୍ଷକ ନିଯୁକ୍ତି ।

7) ସରକାରୀ ବିଦ୍ୟାଳୟରେ ଚାକିରୀ କରିଥିବା କ୍ଲାସିକାଲ୍ ଶିକ୍ଷକମାନଙ୍କୁ Trained Graduate (TG)  ଶିକ୍ଷକ ଯୋଗ୍ୟତା ସାରଣୀରେ ଅନ୍ତର୍ଭୁକ୍ତିକରଣ ।

8) ପୂର୍ଣ୍ଣ ଅନୁଦାନପ୍ରାପ୍ତ ମଧ୍ୟମା ସଂସ୍କୃତ ଟୋଲ୍‌ରେ ଶିକ୍ଷକ ମୁତୟନ ।

9) ଧନ୍ଦାମୂଳକ ପ୍ରଶିକ୍ଷକଙ୍କୁ ନିୟମିତ ବେତନ ପ୍ରଦାନ ।

10) ଓଡ଼ିଶା କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କୁ ଅଧିକ ଯୋଗ୍ୟତା ହାସଲ କରିବାକୁ ସୁଯୋଗ ଦେବା ।

11) ଆଦର୍ଶ ବିଦ୍ୟାଳୟର ସମସ୍ତ ଆବାସିକ ଛାତ୍ରାବାସକୁ ସମ୍ପୂର୍ଣ୍ଣ କରାଯାଇ କାର୍ଯ୍ୟକ୍ଷମ କରିବା ।

12) ଆଦର୍ଶ ବିଦ୍ୟାଳୟରେ କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କ ନିୟମିତ ଦରମା ପାଇବାର ବ୍ୟବସ୍ଥା ।

13) ଆଦର୍ଶ ବିଦ୍ୟାଳୟର କର୍ମଚାରୀମାନଙ୍କର ପିଲାମାନଙ୍କୁ ଆଦର୍ଶ ବିଦ୍ୟାଳୟରେ ପଢ଼ିବା ପାଇଁ ବ୍ୟବସ୍ଥା କରିବା ।

14) ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନିଯୁକ୍ତ TGT ଶିକ୍ଷକ ମାନଙ୍କର ପୂର୍ବ ଚାକିରିର ଗଣତି ଓ ବେତନର ସୁରକ୍ଷା ।

15) ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ AI ଓ Robotics ପରୀକ୍ଷାଗାର ଖୋଲିବା ।

ଏହା ସହ ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କ ପେନସନ୍ ଦାବି ବର୍ତ୍ତମାନ ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ବିଚାରାଧୀନ ଥିବାରୁ ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ ଆସିବା ପରେ ଏ ନେଇ ସରକାରଙ୍କ ପକ୍ଷରୁ ବିହିତ ପଦକ୍ଷେପ ଗ୍ରହଣ କରାଯିବ ।

Related Articles

Back to top button