Breaking Newsପାଣିପାଗ

ସନ୍ଧ୍ୟା ସୁଦ୍ଧା ଭୟଙ୍କର ରୂପ ନେବ ବାତ୍ୟା

ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା । ଆଜି ସନ୍ଧ୍ୟା ସୁଦ୍ଧା ଭୟଙ୍କର ବାତ୍ୟାର ରୂପ ନେଇପାରେ। ଏହାର ପ୍ରଭାବରେ ପଶ୍ଚିମବଙ୍ଗର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ବିଶେଷ କରି ନଭେମ୍ବର ୧୯ରୁ ୨୧ ତାରିଖ ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଅଞ୍ଚଳରେ ପାଗ ବିଗିଡ଼ିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ରବିବାର ସକାଳେ ଦକ୍ଷିଣ-ପୂର୍ବ ଏବଂ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଥିଲା। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ନଭେମ୍ବର ୧୭ ତାରିଖ ସୁଦ୍ଧା ଏହା ଆହୁରି ଶକ୍ତିଶାଳୀ ହୋଇ ଭୀଷଣ ସାମୁଦ୍ରିକ ବାତ୍ୟାରେ ପରିଣତ ହୋଇପାରେ। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କେବଳ ଓଡ଼ିଶା, ଆନ୍ଧ୍ର ନୁହେଁ ବରଂ ନଭେମ୍ବର ୧୯ରୁ ୨୧ ମଧ୍ୟରେ ଦକ୍ଷିଣ ୨୪ ପ୍ରଗଣା ଏବଂ ପୂର୍ବ ମେଦିନୀପୁରରେ ପ୍ରବଳ ବର୍ଷା ହୋଇପାରେ।

ସେହିପରି ୨୦ ଓ ୨୧ ତାରିଖରେ ହାୱଡ଼ା, ପଶ୍ଚିମ ମେଦିନୀପୁର ଏବଂ ଝାଡ଼ଗ୍ରାମର ଦକ୍ଷିଣାଞ୍ଚଳରେ ମଧ୍ୟ ବର୍ଷାର ପ୍ରକୋପ ବଢ଼ିବା ଆଶଙ୍କା ରହିଛି। କୋଲକାତା ସମେତ ଗାଙ୍ଗେୟ ପଶ୍ଚିମବଙ୍ଗର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ଝଡ଼ପବନ ହୋଇପାରେ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିବାର ସମ୍ଭାବନା ରହିଛି।

Related Articles

Back to top button