ମୋବାଇଲ ନ୍ୟୁଜ 24×7 ବ୍ୟୁରୋ; ସମ୍ଭାବ୍ୟ ବାତ୍ୟା ‘ଅକଭାନ’ର ମୁକାବିଲା ନିମନ୍ତେ ସ୍ୱତନ୍ତ୍ର ରିଲିଫ୍ କମିଶନର (S.R.C.) କଣ୍ଟ୍ରୋଲ ରୁମ୍ ଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାତ୍ୟା ପ୍ରସ୍ତୁତି ଓ ବିଭିନ୍ନ ବିଭାଗର କାର୍ଯ୍ୟାନ୍ୱୟନ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି । ନାଗରିକଙ୍କ ଧନଜୀବନ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ପ୍ରଦାନ କରାଯାଇ ପ୍ରଶାସନିକ ତତ୍ପରତାକୁ ତ୍ୱରାନ୍ୱିତ କରାଯାଇଛି । ୧୧ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଙ୍ଗ୍ ଜାରି କରାଯାଇଥିବା ବେଳେ ୪୪୮ଟି ବାତ୍ୟା ଆଶ୍ରୟସ୍ଥଳୀ କାର୍ଯ୍ୟକ୍ଷମ ହୋଇଛି ଏବଂ ବର୍ତ୍ତମାନ ସୁଦ୍ଧା ୪୭ ହଜାରରୁ ଅଧିକ ଲୋକ ଓ ୧, ୩୧୩ ଜଣ ଗର୍ଭବତୀ ମହିଳାଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହୋଇଛନ୍ତି ।
ପାହାଡ଼ ତଳି ଅଞ୍ଚଳର ସମସ୍ତ ବାସିନ୍ଦାଙ୍କୁ ତୁରନ୍ତ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଉଦ୍ଧାର କାର୍ଯ୍ୟ ନିମନ୍ତେ ୭୪ଟି ଉଦ୍ଧାରକାରୀ ଦଳ ମୁତୟନ ହୋଇଥିବା ବେଳେ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ପରିଚାଳନା ପାଇଁ ଆଗୁଆ ₹୨୦.୫ କୋଟି ପ୍ରଦାନ କରାଯାଇଛି । ସେହିପରି ୭ ଜଣ ବରିଷ୍ଠ ଅଧିକାରୀଙ୍କୁ ୭ଟି ଜିଲ୍ଲାର ଦାୟିତ୍ୱ ନ୍ୟସ୍ତ କରାଯାଇଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।




