
ଭୁବନେଶ୍ୱର,କଟକ ଲିଙ୍କ୍ ରୋଡ୍ ସ୍ଥିତ LIC ଅଫିସରେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ।
ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଚେଷ୍ଟା ଜାରି ରଖିଛନ୍ତି।
ଅଗ୍ନିଶମବାହିନୀର ଏକାଧିକ ଟିମ ନିଆଁ ଲିଭା କାର୍ଯ୍ୟରେ ଲାଗିଛନ୍ତି।
ନିଆଁ ଲାଗିବା ଫଳରେ ଅଫିସର ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଏବଂ କମ୍ପ୍ୟୁଟର ପୋଡ଼ି ନଷ୍ଟ ହୋଇଯାଇଥିବା ଆଶଙ୍କା କରାଯାଉଛି।
ତେବେ ଏଥିରେ କାହାର କ୍ଷତି ଘଟିଥିବା ନେଇ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ।
ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିନାହିଁ। ତେବେ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।




